ରାଜ୍ୟରେ ୨୪ ଘଣ୍ଟାରେ ୮ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୮ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୮ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୫ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ୩ଜଣ ରହିଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ଜଣେ ରହିଛନ୍ତି ।

 ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ବାଲେଶ୍ୱରରୁ ଜଣେ, କେନ୍ଦ୍ରାପଡାରୁ ଜଣେ, ଖୋର୍ଦ୍ଧାରୁ ୪ ଜଣ, ନୂଆପଡାରୁ ଜଣେ ଓ ରାଜ୍ୟପୁଲରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୮୮ହଜାର ୩୮୭କୁ ବୃଦ୍ଧି ପାଇଛି ।

ଏହି ସମୟ ମଧ୍ୟରେ ରାଜ୍ୟରେ ୧୩ଣ କରୋନାକୁ ମାତ୍ ଦେଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥକଙ୍କ ସଂଖ୍ୟା ୧୨ଲକ୍ଷ ୭୯ହଜାର ୧୧୮ରହିଛି । ବର୍ତ୍ତମାନ ରାଜ୍ୟରେ ୯୦ଟି ସକ୍ରିୟ ମାମଲା ରହିଛି ।