ରାଜ୍ୟରେ ୪୪୮ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ୪୪୮ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୪୪୮ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୫୯ ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୧୮୯ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୫୯ ଜଣ ରହିଛନ୍ତି।
ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଖୋର୍ଦ୍ଧାରୁ ସର୍ବାଧିକ ୨୦୮ଜଣ, କଟକରୁ ୪୮ ଓ ଜଗତସିଂହପୁରରୁ ୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୨ହଜାର ୧୪୪କୁ ବୃଦ୍ଧି ପାଇଛି । ଏହାକ ସହିିତ ବର୍ତ୍ତମାନ ରାଜ୍ୟରେ ଅକ୍ଟିଭ କେସ୍ ରହିଛି ୫ହଜାର ୮୭ ।




admin 