ରାଜ୍ୟରେ ୭ଟି ଜିଲ୍ଲାରେ ଘଡଘଡି ସହ ବର୍ଷା

ରାଜ୍ୟରେ ୭ଟି ଜିଲ୍ଲାରେ ଘଡଘଡି ସହ ବର୍ଷା

ରାଜ୍ୟରେ ୭ଟି ଜିଲ୍ଲାରେ ଘଡଘଡି ସହ ବର୍ଷା
ଆସନ୍ତା ଦୁଇ ଦିନ ଧରି ଓଡ଼ିଶାର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ନୟାଗଡ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ବରଗଡ, ସୋନପୁର ଏବଂ ବୌଦ୍ଧ ଜିଲ୍ଲାରେ ଘଡଘଡି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ । ତେବେ ଏହି ସବୁ ଜିଲ୍ଲାରେ ବର୍ଷା ସାଙ୍ଗକୁ ଘଂଟା ପ୍ରତି ୩୦ରୁ ୧୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ସ୍ଥାନେ ସ୍ଥାନେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ୨୬ ଓ ୨୭ ତାରିଖରେ ପାଗରେ ପରିବର୍ତନ ଆସିବ ବର୍ଷା କମିବା ସହ ଘନ କୁକୁଡ଼ି ପଡ଼ିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ଲାଗିରହିବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।