ରାଷ୍ଟ୍ରପତି ନିର୍ବାଚନ, ଭୋଟ୍‌ ଦେଲେ ନବୀନ

ରାଷ୍ଟ୍ରପତି ନିର୍ବାଚନ, ଭୋଟ୍‌ ଦେଲେ ନବୀନ

ରାଷ୍ଟ୍ରପତି ନିର୍ବାଚନ, ଭୋଟ୍‌ ଦେଲେ ନବୀନ

ଭୁବନେଶ୍ବର: ବିଧାନସଭାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଏନେଇ ଦିଲ୍ଲୀର ସଂସଦ ଭବନରୁ ଆରମ୍ଭ କରି ରାଜ୍ୟ ବିଧାନସଭା ପର୍ୟ୍ୟନ୍ତ ସବୁଠି ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ବିଧାନସଭାରେ ପ୍ରଥମେ ବିଜେପି ବିଧାୟକ ମୁକେଶ ମହାଲିଙ୍ଗ ଭୋଟ୍ ଦେଇଛନ୍ତି। ଏହାପରେ ଅନ୍ୟ ବିଧାୟକମାନେ ନିଜର ମତଦାନ ଅଧିକାର ସାବ୍ୟସ୍ତ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବି ଭୋଟ୍ ଦେଇଛନ୍ତି।

ସୋମବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ୟ୍ୟନ୍ତ ମତଦାନ ହେବାକୁ ଥିବା ବେଳେ ବିଧାନସଭାରେ କେବଳ ଓଡ଼ିଶାର ବିଧାୟକମାନେ ଭୋଟ୍ ଦେବେ। ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ଅସୁସ୍ଥତା ଯୋଗୁ ଦିଲ୍ଲୀରେ ଥିବାରୁ ସେ ହସପିଟାଲରୁ ଭୋଟ୍ ଦେବେ। ସେହିପରି ଓଡ଼ିଶାର ସମସ୍ତ ସାଂସଦ ଦିଲ୍ଲୀରେ ଭୋଟ୍ ଦେବେ। ଓଡ଼ିଶାରେ ଭୋଟ୍ ଦେବାକୁ କୌଣସି ସାଂସଦ ଅନୁମତି ଆଣିନାହାନ୍ତି।

ସୂଚନାଯୋଗ୍ୟ ଯେ, ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେବା ପାଇଁ ବିଜେଡି ସମସ୍ତ ସାଂସଦ ଓ ବିଧାୟକମାନଙ୍କୁ ନିର୍ଦ୍ଦେଶ ଜାରି କରିଥିବାବେଳେ ରାୟଗଡ଼ାର ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲିଙ୍କୁ ଦ୍ରୌପଦୀଙ୍କୁ ଭୋଟ୍ ଦେବାକୁ ମନାଇଛି। ବିଜେପି ସାଂସଦ ଓ ବିଧାୟକମାନେ ଦ୍ରୌପଦୀଙ୍କୁ ଭୋଟ୍ ଦେବେ। କିନ୍ତୁ କଂଗ୍ରେସ ସାଂସଦ ଓ ବିଧାୟକ ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଭୋଟ୍ ଦେବେ ବୋଲି ଘୋଷଣା କରିଛନ୍ତି। ବିଜେଡି ବିଧାୟକମାନଙ୍କ ଭୋଟ୍ ଯେପରି ନାକଚ ହେବନି ଏଥିପାଇଁ ଦଳ ପକ୍ଷରୁ ଏକ ମକ୍ ଭୋଟିଂ ମଧ୍ୟ କରାଯାଇଛି।