ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ପୁଣି ଓଡ଼ିଶାକୁ ଘାରିଛି କରୋନା ଭୟ । ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ଦିନକୁ ଦିନ କରୋନା ଲମ୍ବଡିଆଁ ମାରୁଛି । ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ବର୍ତ୍ତମାନ ସ୍କୁଲ ଓ କଲେଜରେ କରୋନା ସଂକ୍ରମିତ ଚିହ୍ନଟ ଖବର ସାମନାକୁ ଆସୁଛି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲେ ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ପିଜି କାଉନସିଲ ଚେୟାରମ୍ୟାନ ସ୍ମୃତିପ୍ରଭା ଦାସ ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁଯାୟୀ ଚିହ୍ନଟ ୩ ଜଣଙ୍କ ମଧ୍ୟରୁ ୨ ଜଣ ଅଧ୍ୟାପିକା ଓ ଜଣେ ବିଦ୍ୟାର୍ଥୀ ଅଛନ୍ତି । ତେବେ ପାଠପଢା ଜାରି ରହିବ । ଅଫଲାଇନରେ ନହେଲେ ବି ଅନଲାଇନରେ ହେବ । ୨ ସପ୍ତାହ ପର୍ଯ୍ୟନ୍ତ ପରୀକ୍ଷା ଘୁଞ୍ଚାଇବାକୁ ପ୍ରସ୍ତାବ ଦେଇଛୁ । କୁଳପତିଙ୍କ ସହ ଆଲୋଚନା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ପିଜି କାଉନସିଲ ଚେୟାରମ୍ୟାନ ସ୍ମୃତିପ୍ରଭା ଦାସ କହିଛନ୍ତି ।