ଲ୍ୟାଣ୍ଡମାଇନ ବିସ୍ଫୋରଣରେ ସାମ୍ବାଦିକ ମୃତ
ଲ୍ୟାଣ୍ଡମାଇନ ବିସ୍ଫୋରଣରେ ସାମ୍ବାଦିକ ମୃତ
ଭବାନୀପାଟଣା: ଓଡ଼ିଶା ଇତିହାସରେ ଆଗରୁ ଏମିତି କେବେ ହୋଇନଥିଲା, ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଚାଲିଗଲା ଜଣେ କର୍ତ୍ତବ୍ୟରତ ସାମ୍ବାଦିକଙ୍କ ଜୀବନ। କଳାହାଣ୍ଡି ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ମାଓବାଦୀ ବିଛାଇ ଥିବା ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣରେ ମୃତ ସାମ୍ବାଦିକ ହେଲେ ରୋହିତ ବିଶ୍ବାଳ ।
ମିଳିଥିବା ସୂଚନା ଅନୁସାରେ ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଡମ୍ବକରଲାମଖୁଣ୍ଟାର ଦୁଲେନ ଛକରେ ଲ୍ୟାଣ୍ଡ ମାଇନ ବିଛାଇ ଥିଲେ । ଏହି ସମୟରେ ରୋହିତ ସେହି ବାଟ ଦେଇ ଯାଉଥିବା ବେଳେ ବିସ୍ଫୋରଣ ହୋଇଥିଲା । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ମାଓବାଦୀ ଲଗାଇଥିବା ଧମକପୂର୍ଣ୍ଣ ବ୍ୟାନର ଲାଗିଥିବା ସ୍ଥାନକୁ ସମ୍ବାଦ ସଂଗ୍ରହ ପାଇଁ ଯାଇଥିବାବେଳେ ରୋହିତ ବିସ୍ଫୋରଣରେ ପ୍ରାଣ ହରାଇଥିଲେ। ବିସ୍ଫୋରଣରେ ପରେ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି । ସୁରକ୍ଷା କର୍ମୀ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟର ସାମ୍ବାଦିକମାନେ ଶୋକ ପ୍ରକାଶ କରିବା ସହ ଏଭଳି ହିଂସାକାଣ୍ଡକୁ ନିନ୍ଦା କରିଛନ୍ତି। ମୃତ ସାମ୍ବାଦିକଙ୍କ ପରିବାରକୁ ୧୩ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଦେବେ ରାଜ୍ୟ ସରକାର । ପୁଲିସ ବିଭାଗ ପକ୍ଷରୁ ୯ ଲକ୍ଷ ଟଙ୍କା ଓ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଚାରି ଲକ୍ଷ ଟଙ୍କା ଦେବାକୁ ସରକାର ସୂଚନା ଦେଇଛନ୍ତି।




admin 