ଶପଥ ନେଲେ ସୁପ୍ରିମକୋର୍ଟର ୪ ନୂଆ ବିଚାରପତି

ଶପଥ ନେଲେ ସୁପ୍ରିମକୋର୍ଟର ୪ ନୂଆ ବିଚାରପତି

ଶପଥ ନେଲେ ସୁପ୍ରିମକୋର୍ଟର ୪ ନୂଆ ବିଚାରପତି
ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ୪ଜଣ ନୂଆ ବିଚାରପତି ସୋମବାର ଶପଥ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ସେମାନଙ୍କୁ ପଦ ଓ ଗୋପନୀୟତାର ସହ ଶପଥପାଠ କରାଇଛନ୍ତି। ନିକଟରେ ୪ଟି ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ସୁପ୍ରିମକୋର୍ଟରେ ବିଚାରପତି ଭାବେ ପଦୋନ୍ନତି ମିଳିଥିଲା। ସେମାନେ ହେଲେ ପଞ୍ଜାବ ଓ ହରିୟାଣା ହାଇକୋର୍ଟର ମୁଖ୍ୟ ବିଚାରପତି କ୍ରିଷ୍ଣା ମୁରାରୀ, ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ. ରବୀନ୍ଦ୍ର ଭଟ୍ଟ, ହିମାଚଳ ପ୍ରଦେଶର ମୁଖ୍ୟ ବିଚାରପତି ଭି. ରାମସୁବ୍ରମଣ୍ୟମ, କେରଳ ହାଇକୋର୍ଟର ମୁଖ୍ୟ ବିଚାରପତି ହଷିକେଶ ରାୟ। ୪ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ ପରେ ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି।