ଶୀତରେ ଥରି ଥରି ବର୍ଷାରେ ଭିଜିବ ଓଡିଶା

ଶୀତରେ ଥରି ଥରି ବର୍ଷାରେ ଭିଜିବ ଓଡିଶା

ଶୀତରେ ଥରି ଥରି ବର୍ଷାରେ ଭିଜିବ ଓଡିଶା

ଭୁବନେଶ୍ୱର : ବାଘ ଭଳିଆ ଶୀତ । ସକାଳ ଓ ରାତି ସମୟରେ ଘରୁ ବାହାରିବା କଷ୍ଟ ହୋଇ ପଡୁଛି । ଏଥିପ।।ଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିବାବେଳେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଂଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌. ଆର. ବିଶ୍ୱାସ ସୂଚନା ଦେଇଛନ୍ତି ।

ସେ କହିଛନ୍ତି, ରାଜ୍ୟରେ ଆଜି କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।  ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି  ଓ କନ୍ଧମାଳ । 

ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଆହୁରି କହିଛନ୍ତି, ୭ଜିଲ୍ଲା ବ୍ୟତିତ ଅନ୍ୟ ଜିଲ୍ଲା ଗୁଡିକରେ ପାଗ ଶୁଖିଲା ରହିବ । ଆସନ୍ତାକାଲିଠୁ ୧୩ ଡିସେମ୍ବର ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଏଥିସହ ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ବଢ଼ିପାରେ । ଫଳରେ ଶୀତ କମିଯିବାର ସମ୍ଭାବନା ରହିଛି ।

ଅନ୍ୟପଟେ ବାତ୍ୟା ମେନଣ୍ଡୋସ୍‌ ପ୍ରଭାବରେ ତାମିଲନାଡୁରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ବାତ୍ୟା ଚେନ୍ନାଇର ମେରାଇନ୍‌ ଡ୍ରାଇଭ୍‌ ରୋଡରେ ଜୋରସୋରରେ ପବନ ବହିବା ସହ ବ୍ୟାପକ କ୍ଷୟକ୍ଷତି ହୋଇଛି ।