ଶୋକ ଜଣାଇଲେ ଚେଲ୍ଲାକୁମାର

ଶୋକ ଜଣାଇଲେ ଚେଲ୍ଲାକୁମାର

ଶୋକ ଜଣାଇଲେ ଚେଲ୍ଲାକୁମାର

ଭୁବନେଶ୍ବର: ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ମୃତ୍ୟୁ ହୋଇଯାଇଛି। ରଥଯାତ୍ରାର ଖବର ସଂଗ୍ରହ ପାଇଁ ଅଶୋକ ପଣ୍ଡା ନିଜ ବାଇକରେ ପୁରୀ ଯାଉଥିବା ବେଳେ ସାତଶଙ୍ଖ ନିକଟରେ ତାଙ୍କୁ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଏଥିରେ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁରେ ଓଡ଼ିଶା କଂଗ୍ରେସ ପ୍ରଭାରୀ ତଥା ବରିଷ୍ଠ ସାଂସଦ ଡକ୍ଟର ଏ. ଚେଲ୍ଲାକୁମାର ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଟ୍ୱିଟ କରି ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାର ଉଦେଶ୍ୟରେ ସମବେଦନା ଜଣାଇଛନ୍ତି ।

 ଦୈନିକ ଖବରକାଗଜ ‘ସମୟ’ ସହ ଦୀର୍ଘ ବର୍ଷ ଧରି ଜଡ଼ିତ ଥିଲେ। ଏହାଛଡ଼ା ସେ କେତେକ ଜାତୀୟ ସମ୍ବାଦପତ୍ରରେ ବି କାର୍ୟ୍ୟ କରିଥିଲେ।ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ଅକାଳ ବିୟୋଗରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳିଯାଇଛି।