ଶ୍ରୀକ୍ଷେତ୍ରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଶ୍ରୀକ୍ଷେତ୍ରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ଭୁବନେଶ୍ୱରରୁ ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ଚପରରେ ସିଧାସଳଖ ପୁରୀ ଅଭିମୁଖେ ଯାଇଛନ୍ତି ରାଷ୍ଟ୍ରପତି ମୁର୍ମୁ। ରାଷ୍ଟ୍ରପତି ୧୧ଟା୪୦ରେ ତାଳବଣିଆ ହେଲିପ୍ୟାଡରେ ପହଂଚିଥିଲେ । ସେଠାରୁ ଚପରରୁ ଓହ୍ଲାଇବା ପରେ ସଡ଼କପଥରେ ଶ୍ରୀମନ୍ଦିରକୁ ଯାଇଛନ୍ତି ।
ମଧ୍ୟାହ୍ନରେ ରାଷ୍ଟ୍ରପତି ଶ୍ରୀମନ୍ଦିରରେ ପହଞ୍ଚିବା ପରେ ସିଂହଦ୍ୱାର ନିକଟରେ ତାଙ୍କୁ ସ୍ୱାଗତ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ।
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ପଟ୍ଟଚ୍ଚିତ୍ର ପ୍ରଦାନ କରାଯିବ। ଶ୍ରୀମନ୍ଦିରରେ ରାଷ୍ଟ୍ରପତିଙ୍କର ପ୍ରାୟ ୧ ଘଣ୍ଟାର ଦର୍ଶନ କାର୍ୟ୍ୟକ୍ରମ ରହିଛି।
ଏହାପରେ ରାଜଭବନକୁ ଯାଇ ସେ ମହାପ୍ରସାଦ ସେବନ କରିବେ। ପୁରୀରୁ ଅପରାହ୍ନରେ ଭୁବନେଶ୍ୱର ଫେରି, ରାଜଧାନୀର ୮ଟି ସ୍ଥାନରେ ସ୍ୱାଧୀନତା ସଂଗ୍ରାମୀ ଓ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ଦ୍ରୌପଦୀ ମୁର୍ମୁ। ରାଜଭବନରେ ତାଙ୍କର ରାତ୍ରିଯାପନ ବ୍ୟବସ୍ଥା ହୋଇଛି। ଗସ୍ତର ଦ୍ୱିତୀୟ ଦିନରେ ସ୍କୁଲ ପରିଦର୍ଶନ ପରେ ଦିନ ୧୧ଟାରେ ଶେଷ କାର୍ୟ୍ୟକ୍ରମ ରହିଛି ଜୟଦେବ ଭବନରେ। ଏହାପରେ ସେ ଦିଲ୍ଲୀ ବାହୁଡ଼ିଯିବେ।
ପୂର୍ବ ନିର୍ଦ୍ଧାରିତ କାର୍ୟ୍ୟକ୍ରମ ଅନୁଯାୟୀ, ଆଜି ପୂର୍ବାହ୍ନ ୧୦ଟା୫୦ରେ ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେଠାରେ ତାଙ୍କୁ ସ୍ୱାଗତ ଜଣାଇ ପାଛୋଟି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲଙ୍କ ସମେତ ବିଭିନ୍ନ ଦଳର ନେତା ତଥା ବରିଷ୍ଠ ଅଧିକାରୀ ପହଞ୍ଚିଥିଲେ। ସେଠାରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଥିଲା ।




admin 