ଶ୍ରୀନଗରରେ ୨ ଆତଙ୍କବାଦୀ ନିପାତ

ଶ୍ରୀନଗରରେ ୨ ଆତଙ୍କବାଦୀ ନିପାତ

ଶ୍ରୀନଗରରେ ୨ ଆତଙ୍କବାଦୀ ନିପାତ

ଶ୍ରୀନଗର: ଜମ୍ମୁକାଶ୍ମୀର ଶ୍ରୀନଗରର ରଙ୍ଗରେତରେ ଅଞ୍ଚଳରେ ଏନକାଉଣ୍ଟରରେ ପୁଣି ଦୁଇ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଶ୍ରୀନଗରର ରଙ୍ଗରେତରେ ଅଞ୍ଚଳରେ ଜାରି ଥିବା ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀ-ଆତଙ୍କୀ ମୁହାଁମୁହିଁ ହୋଇଥିଲେ । ଏଥିରେ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିବାବେଳେ ଦୁଇ ଆତଙ୍କବାଦୀଙ୍କୁ ନିପାତ କରିବାରେ ସଫଳତା ପାଇଛନ୍ତି ସୁରକ୍ଷାକର୍ମୀ। 

କଶ୍ମୀର ଆଇଜିପି ବିଜୟ କୁମାର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଏନକାଉଣ୍ଟରରେ ନିପାତ ଦୁଇ ଆତଙ୍କୀଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ଥିବା ସୂଚନା ଦେଇଛନ୍ତି ଆଜିପି । ଆତଙ୍କୀ ଲୁଚିଥିବା ନେଇ ବିଶେଷ ସୁତ୍ରରୁ ଖବର ମିଳିଥିଲା । ଏହାପରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ପୋଲିସ, ସେନା ଓ ସିଆରପିଏଫଙ୍କ ମିଳିତ ସର୍ଚ୍ଚ ଅପରେସନରେ ଏହି ସଫଳତା ହାସଲ ହୋଇଥିବା କହିଛନ୍ତି ଆଜିପି ବିଜୟ କୁମାର ।