ସୁରକ୍ଷା ବାହିନୀଙ୍କ ଗୁଳିରେ ତିନି ଜଣ ଆତଙ୍କବାଦୀ ନିହତ

ସୁରକ୍ଷା ବାହିନୀଙ୍କ ଗୁଳିରେ ତିନି ଜଣ ଆତଙ୍କବାଦୀ ନିହତ

ସୁରକ୍ଷା ବାହିନୀଙ୍କ ଗୁଳିରେ ତିନି ଜଣ ଆତଙ୍କବାଦୀ ନିହତ

କାଶ୍ମୀର:  ଦକ୍ଷିଣ କାଶ୍ମୀରର ପୁଲୱାମାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ବିଳମ୍ବିତ ରାତିରେ ଏନକାଉଣ୍ଟର ହୋଇଛି । ଏହି ଏନକାଉଣ୍ଟରରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି ।

ମୃତକଙ୍କ ମଧ୍ୟରେ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ କମାଣ୍ଡର ଏଜାଜ୍ ଓରଫ୍ ଅବୁ ହୁରୈୟା ରହିଥିବା ସୂଚନା ।  କିଛି ଆତଙ୍କବାଦୀ ଲୁଛିଥିବା ଖବର ମିଳିବା ପରେ ପୋଲିସ, ସିଆର୍‌ପିଏଫ୍ ଏବଂ ସେନାବାହିନୀ ଯବାନଙ୍କ ପକ୍ଷରୁ ଏହି ଅଞ୍ଚଳରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍ ଆରମ୍ଭ କରାଯାଇଥିବା କଶ୍ମୀର ଜୋନ୍ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ତେବେ ସୁରକ୍ଷା ବାହିନୀର ଅପରେସନ ଜାରି ରହିଛି ।