ସ୍ମୃତି ଇରାନୀ କରୋନା ପଜିଟିଭ

ସ୍ମୃତି ଇରାନୀ କରୋନା ପଜିଟିଭ

ସ୍ମୃତି ଇରାନୀ କରୋନା ପଜିଟିଭ
ନୂଆଦିଲ୍ଲୀ : କରୋନା କବଳରେ ଆଉ ଜଣେ କେନ୍ଦ୍ରମନ୍ତ୍ରୀ । ବୁଧବାର କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ସ୍ମୃତି ଇରାନୀ କରୋନା ପଜିଟିଭ ହୋଇଛନ୍ତି । ବୟନଶିଳ୍ପ ଏବଂ ମହିଳା ଓ ଶିଶୁବିକାଶ ମନ୍ତ୍ରାଳୟର କ୍ୟାବିନେଟ ମନ୍ତ୍ରୀ ଇରାନୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହା ସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷଙ୍କୁ ପରୀକ୍ଷଣ କରାଇ ନେବା ପାଇଁ ସ୍ମୃତି ଅନୁରୋଧ କରିଛନ୍ତି । ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହା, ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏବଂ ଉପ ରାଷ୍ଟ୍ରପତି ଏମ ଭେଙ୍କିଆ ନାଇଡୁ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ । ସ୍ମୃତିଙ୍କ ଟ୍ୱିଟ ପରେ ତାଙ୍କର ଆରୋଗ୍ୟ କାମନା କରିଛନ୍ତି କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ।