ହାଇକୋର୍ଟର ନୂଆ ବିଚାରପତିଙ୍କ ଶପଥ
ହାଇକୋର୍ଟର ନୂଆ ବିଚାରପତିଙ୍କ ଶପଥ

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍ ଯଶୋୱନ୍ତ ସିଂହ ଓ ଜଷ୍ଟିସ୍ ଅରିନ୍ଦମ୍ ସିହ୍ନା ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ କନଫରେନ୍ସ ହଲ୍ ଠାରେ ଆୟୋଜିତ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଦୁଇ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ। ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୋୱନ୍ତ ସିଂହ ଓ କୋଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ ଓଡ଼ିଶା ହାଇକୋର୍ଟକୁ ଏବଂ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ସଂଜୟ କୁମାର ମିଶ୍ରଙ୍କୁ ଉତ୍ତରାଖଣ୍ଡ ହାଇକୋର୍ଟକୁ ବଦଳି ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଓଡ଼ିଶା ହାଇକୋର୍ଟରେ ମଞ୍ଜୁରୀପ୍ରାପ୍ତ ବିଚାରପତି ସଂଖ୍ୟା ୨୭ ରହିବା କଥା । ତେବେ ବଦଳି ହୋଇ ଆସିଥିବା ଦୁଇ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଏହି ସଂଖ୍ୟା ୧୪ରେ ପହଞ୍ଚିଛି।