ହିଟ୍ ୱେଭ୍ : ଏପ୍ରିଲ ୨ ତାରିଖ ଯାଏଁ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ହିଟ୍ ୱେଭ୍ : ଏପ୍ରିଲ ୨ ତାରିଖ ଯାଏଁ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ହିଟ୍ ୱେଭ୍ : ଏପ୍ରିଲ ୨ ତାରିଖ ଯାଏଁ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମପ୍ରବାହ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ପାଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଗ୍ରୀଷ୍ଣ ପ୍ରବାହ ନେଇ ଏପ୍ରିଲ ୨ ତାରିଖ ଯାଏଁ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ବରଗଡ଼, ଅନୁଗୁଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ।