ୟୁକ୍ରେନ୍‌ରୁ ଫେରିଲେ ୬୫ ଓଡ଼ିଆ ଛାତ୍ର

ୟୁକ୍ରେନ୍‌ରୁ ଫେରିଲେ ୬୫ ଓଡ଼ିଆ ଛାତ୍ର

ୟୁକ୍ରେନ୍‌ରୁ ଫେରିଲେ ୬୫ ଓଡ଼ିଆ ଛାତ୍ର

ଭୁବନେଶ୍ୱର: ଋଷ ୟୁକ୍ରେନ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଫସିଥିବା ଭାରତୀୟଙ୍କ ଉଦ୍ଧାର ଜାରି ରହିଛି। ମିସନ୍‌ ଗଙ୍ଗା ଜରିଆରେ କେନ୍ଦ୍ର ସରକାର ସମସ୍ତ ଭାରତୀୟଙ୍କୁ ଉଦ୍ଧାର କରୁଛନ୍ତି। ଯୁଦ୍ଧ ପ୍ରଭାବିତ  ଅଞ୍ଚଳ ଖାରକିଭ୍ ଓ ପେସୋଚିନ ରେ ବର୍ତ୍ତମାନ ସୁଦ୍ଧା ଫସି ରହିଯାଇଥିବା ଆହୁରି ଅନେକ ଓଡିଆ  ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ରାଜ୍ୟ ସରକାର ତାଙ୍କର ଉଦ୍ୟମକୁ ଜୋରଦାର କରିଛନ୍ତି । ଖାରକିଭ୍ ଓ ପିସୋଚିନ୍ ଅଞ୍ଚଳରେ ଥିବା ଛାତ୍ରଛାତ୍ରୀ ଗତ ତିନି ଦିନ ଧରି ଅଟକି ରହି ଭୀଷଣ ସମସ୍ୟାର ସମ୍ମୁଖୀନ  ହେଉଛନ୍ତି  । ସେମାନଙ୍କ ମଧ୍ୟରୁ ୬୫ଜଣଙ୍କୁ ରାଜ୍ୟ ସରକାର ଦୁଇଟି ସ୍ୱତନ୍ତ୍ର ବସ୍ ଯୋଗେ ନିରାପଦ ଭାବେ ପଶ୍ଚିମ ୟୁକ୍ରେନ ସୀମା କୁ  ଆଣିବା ପାଇଁ ସଫଳ ହୋଇଛନ୍ତି  । ସେ ଅଞ୍ଚଳରେ ଥିବା  ସବୁ ଛାତ୍ରଛାତ୍ରୀଙ୍କୁ  ଉଦ୍ଧାର କରି ବିମାନ ଯୋଗେ ଭାରତକୁ ଆଣିବା ପାଇଁ ପ୍ରକ୍ରିୟା ଜାରି ରହିଛି । ଏ ପର୍ୟ୍ୟନ୍ତ ୧୯୯ଛାତ୍ରଛାତ୍ରୀ ନିରାପଦ ରେ ଭାରତରେ ପହଞ୍ଚି ସାରିଛନ୍ତି  ।

ସବୁ ଓଡ଼ିଆ ପିଲାଙ୍କୁ ନିରାପଦ ଭାବରେ ଉଦ୍ଧାର କରିବା ପାଇଁ  ଓଡ଼ିଶା ସରକାର ଉଦ୍ୟମ ଜାରି ରଖିଛନ୍ତି  

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ୟୁକ୍ରେନ ସୀମା ସଂଲଗ୍ନ ୪ଟି ଦେଶ ପାଇଁ ୪ ଜଣ ସ୍ବତନ୍ତ୍ର ପ୍ରତିନିଧିଙ୍କୁ ସମନ୍ବୟ ରଖିବା ପାଇଁ ଦାୟିତ୍ବ ଦେଇଛନ୍ତି ।