୧୪ ଯାଏ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା

୧୪ ଯାଏ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା

୧୪ ଯାଏ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା
ମାର୍ଚ୍ଚ ୧୪ ପର୍ଯ୍ୟନ୍ତ ଓଡିଶାର ଅନେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଜିଲ୍ଲା ତଥା ବଲାଙ୍ଗୀର, କନ୍ଧମାଳ, ସୋନପୁର, ବୌଦ୍ଧ, ଖୋର୍ଦ୍ଧା ଏବଂ ଅନ୍ୟାନ୍ୟ ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାସହିତ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ମାର୍ଚ୍ଚ ୧୨ରେ ଢ଼େଙ୍କାନାଳ, ଯାଜପୁର, ମୟୂରଭଞ୍ଜ, କଟକ ଏବଂ କେନ୍ଦ୍ରାପଡା ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମାର୍ଚ୍ଚ ୧୩ରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେଓଗଡ଼, ବାଲେଶ୍ୱର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ମାର୍ଚ୍ଚ ୧୪ରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ତଥା ଗଜପତି ଗଞ୍ଜାମ, କୋରାପୁଟ, କନ୍ଧମାଳ ଆଦି ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।