୧୪ ରେ ଆସିବ କେନ୍ଦ୍ରୀୟ ଟିମ୍
୧୪ ରେ ଆସିବ କେନ୍ଦ୍ରୀୟ ଟିମ୍
admin
Nov 12, 2019 - 10:08
Updated: Nov 12, 2019 - 10:08
ଭୁବନେଶ୍ୱର: ‘ବୁଲ୍ବୁଲ୍’ କ୍ଷୟକ୍ଷତି ଆକଳନ ପାଇଁ ଆସନ୍ତା ୧୪ ତାରିଖରେ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି ବୋଲି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି । ଇତି ମଧ୍ୟରେ ବାତ୍ୟା ପ୍ରଭାବିତ ଜିଲ୍ଲାରେ ବିଦୁ୍ୟତ ଭିତ୍ତିଭୂମିର ପୁନରୁଦ୍ଧାର କାର୍ଯ୍ୟ ଜୋରଦାର ଚାଲିଛି ଏବଂ ଏହା ଖୁବ ଶୀଘ୍ର ସ୍ୱାଭାବିକ ହେବ ବୋଲି ସେ କହିଛନ୍ତି । ବୁଲବୁଲ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ଯୋଗୁଁ ଧାନ ଓ ଅନ୍ୟାନ୍ୟ ଫସଲ କ୍ଷତିଗ୍ରସ୍ତ ହୋଇଥିବା ବେଳେ କ୍ଷୟକ୍ଷତିର ଆକଳନ ନିମନ୍ତେ କେନ୍ଦ୍ରୀୟ ଟିମ୍ ପଠାଇବା ନିମନ୍ତେ ରାଜ୍ୟ ସରକାର କେନ୍ଦ୍ରକୁ ଅନୁରୋଧ କରିଥିଲେ ।
ସୋମବାର କ୍ୟାବିନେଟ୍ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନ୍ୟାସନାଲ କ୍ରାଇସିସ ମ୍ୟାନେଜମେଣ୍ଟ କମିଟି ବୈଠକରେ ଓଡ଼ିଶା ବାତ୍ୟା ପରବର୍ତ୍ତୀ ସ୍ଥିତି ନେଇ ସମୀକ୍ଷା ହୋଇଥିଲା । ବିଦୁ୍ୟତ ବ୍ୟବସ୍ଥାରେ ସୁଧାର ଆସୁଥିବା ବେଳେ ଯେଉଁ ଅଞ୍ଚଳରେ ଟେଲି ଯୋଗାଯୋଗ ବ୍ୟାହତ ହୋଇଛି ସେଠାରେ ଯୋଗାଯୋଗ ସ୍ୱାଭାବିକ କରିବା ପାଇଁ ଉଦ୍ୟମ ଚାଲିଛି ।
ଓଡ଼ିଶା ଓ ପଶ୍ଚିମବଙ୍ଗର ପ୍ରଭାବିତ ଜିଲ୍ଲାଗୁଡ଼ିକୁ ଅତିରିକ୍ତ ଖାଦ୍ୟ ସାମଗ୍ରୀ, ପାନୀୟ ଜଳ, ସ୍ୱାସ୍ଥ୍ୟ ସେବା ସହିତ ବିଦୁ୍ୟତ ଓ ଟେଲି ଯୋଗାଯୋଗ କ୍ଷେତ୍ରରେ ସବୁ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି ।
ସୂଚନା ଯୋଗ୍ୟ ଯେ, ବୁଲବୁଲ୍ ପ୍ରଭାବରେ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁ, ଯାଜପୁର ଓ ମୟୂରଭଞ୍ଜ ସମେତ ୬ଟି ଜିଲ୍ଲାରେ ସରକାରୀ ଓ ଘରୋଇ ସମ୍ପତ୍ତିର ବ୍ୟାପକ କ୍ଷୟକ୍ଷତି ଘଟିଛି । କ୍ଷୟକ୍ଷତି ଆକଳନ କରି ଆସନ୍ତା ୧୮ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଭାବିତ ଜିଲ୍ଲାର ଜିଲ୍ଳାପାଳମାନଙ୍କୁ ନିଦେ୍ର୍ଧଶ ଦେଇଛନ୍ତି ।