୧୫ ରୁ ୩ ଦିନ ଯାଏ ପାଗ ଶୁଖିଲା

୧୫ ରୁ ୩ ଦିନ ଯାଏ ପାଗ ଶୁଖିଲା

୧୫ ରୁ ୩ ଦିନ ଯାଏ ପାଗ ଶୁଖିଲା
ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରଉପକୂଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳେ ଏକ ଲଘୁଚାପ କ୍ଷେତ୍ର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଛି । ଲଘୁଚାପଟି ଅଧିକ ଘନୀଭୂତ ହେବାର ସମ୍ଭାବନା ଥିବାରୁ ଏହାରି ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱ ଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟ ପଟେ ଉତ୍ତର ଓଡ଼ିଶାର ମୁଖ୍ୟତଃ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଅନ୍ୟ ପକ୍ଷରେ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି ଲଘୁଚାପ ପ୍ରଭାବରେ ମାଲକାନଗିରି, ଗଜପତି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୫ ତାରିଖ ଠାରୁ ବର୍ଷାର ପରିମାଣ ଧୀରେ ଧୀରେ କମିବ ଓ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନଥିବାରୁ କୌଣସି ୱାର୍ଣ୍ଣିଂ ଜାରି ହୋଇନାହିଁ । ୧୫ ତାରିଖଠାରୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ଓ ଖରାଟିଆ ରହିବ । ରାଜ୍ୟରେ ମୌସୁମୀର ଦୁର୍ବଳ ସ୍ଥିତି ଯୋଗୁଁ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ ବୋଲି ସେ କହିଛନ୍ତି ।