୧୭ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା

୧୭ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା

୧୭ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା
ଭୁବନେଶ୍ୱର : ଆଜି ରାଜ୍ୟରେ ୧୭ ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସଙ୍ଗଠିତ ଅବପାତ ଆନ୍ଧ୍ର ଉପକୂଳ ଅତିକ୍ରମ କରିଥିବା ବେଳେ ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହୋଇଥିଲା । ତେବେ ଆଜି ରାଜ୍ୟର ୧୭ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି । କନ୍ଧମାଳ, ବୌଦ୍ଧ, ଜଗତସିଂହପୁର, କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ରାୟଗଡା, ଯାଜପୁର, ସୁବର୍ଣ୍ଣପୁର, ମୟୁରଭଞ୍ଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ, ଗଞ୍ଜାମ, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ରାଜ୍ୟ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଦିନ ୧୧ ଟା ଯାଏଁ ଏହି ଜିଲ୍ଲା ମାନଙ୍କୁ ସତର୍କ ସୂଚନା ଜାରି କରାଯାଇଛି ।