୧୯ଟି ଜିଲ୍ଲାରୁ ୮୯ ନୂଆ ଆକ୍ରାନ୍ତ ଚିହ୍ନଟ

୧୯ଟି ଜିଲ୍ଲାରୁ ୮୯ ନୂଆ ଆକ୍ରାନ୍ତ ଚିହ୍ନଟ

୧୯ଟି ଜିଲ୍ଲାରୁ ୮୯ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ୨୪ ଘଣ୍ଟା ରାଜ୍ୟରେ ୧୯ଟି ଜିଲ୍ଲାରୁ ୮୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୬ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୯୨୪ କୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।ସଂପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁରରୁ ୧୪ ଜଣ, ବାଲେଶ୍ବର ଓ ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୮ ଜଣ, ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାରୁ ୬ ଜଣ ଲେଖାଏଁ, ଯାଜପୁର ଓ ସୋନପୁର ଜିଲ୍ଲାରୁ ୫ ଜଣ ଲେଖାଏଁ, କଟକ, ଦେବଗଡ଼, ଝାରସୁଗୁଡା ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ, ମୟୂରଭଞ୍ଜରୁ ୩ ଜଣ, ଅନୁଗୁଳରୁ ୨୨ ଜଣ, ବୌଦ୍ଧ,କଳାହାଣ୍ଡି,କେନ୍ଦ୍ରାପଡ଼ା, ମାଲକାନଗିରି ଓ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ମଧ୍ୟ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୬ ହଜାର ୯୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୨୩ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୪ ହଜାର ୩୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।