୨ ରେ ଲଘୁଚାପ, ୫ ଯାଏ ବର୍ଷା

୨ ରେ ଲଘୁଚାପ, ୫ ଯାଏ ବର୍ଷା

୨ ରେ ଲଘୁଚାପ, ୫ ଯାଏ ବର୍ଷା
ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଛି । ଏହାର ପ୍ରଭାବରେ ଶୁକ୍ରବାର ରାତି ଓ ଶନିବାର ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ । ଏଥି ସହ ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେ଼ଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଆସନ୍ତା ୨ ତାରିଖରେ ଉତ୍ତର ପୂର୍ବ ବଙ୍ଗୋପସାଗରର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ ବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ଓଡ଼ିଶା, ମଧ୍ୟପ୍ରଦେଶ, ଛତିଶଗଡ଼, ବିଦର୍ଭରେ ୪ ରୁ ୫ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେପ୍ଟେମ୍ବର ୧ ତାରିଖରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ । ସ୍ଥାନେ ସ୍ଥାନରେ ୭୦ ରୁ ୮୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ତାହାକୁ ଦୃଷ୍ଟିରେ ରଖି ୧ ରୁ ୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଅରେଷ୍ଟ ଆଲର୍ଟ ଜାରି କରାଯାଇଛି । ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବ । ୩ ଓ ୪ ତାରିଖରେ ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ଅଧିକାଂଶ ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।