୨୦୨୧-୨୨ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ

୨୦୨୧-୨୨ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ

୨୦୨୧-୨୨ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ
ଭୁବନେଶ୍ୱର: ସୋମବାର ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ । କୋଭିଡ ମହାମାରୀ ପରେ ପ୍ରଥମ ଥର ପାଇଁ ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହାକୁ ଆଗତ କରିଛନ୍ତି । ଏହି ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି ଯେ, ମହାମାରୀ କରୋନା ଯୋଗୁଁ ବିକାଶ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । ରାଜ୍ୟ ସରକାର କରୋନାର ସଫଳ ମୁକାବିଲା କରିଛନ୍ତି । କରୋନା ସତ୍ତ୍ୱେ ବହୁ ସଂସ୍କାରମୂଳକ ପଦକ୍ଷେପ ନିଆଯାଇଛି । କୋଭିଡ ପରିଚାଳନାରେ ସରକାରଙ୍କୁ ସମସ୍ତେ ସହଯୋଗ କରିଛନ୍ତି । ସାଢେ ୪ କୋଟି ଓଡ଼ିଆଙ୍କ ନିକଟରେ ଆମେ କୃତଜ୍ଞ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉତ୍ତମ ଦୂରଦୃଷ୍ଟି ଯୋଗୁଁ କୋଭିଡ ନିୟନ୍ତ୍ରଣାଧୀନ ବୋଲି ଶ୍ରୀ ପୂଜାରୀ କହିଛନ୍ତି । ଏହାଛଡ଼ା ରାଜ୍ୟର କୋଭିଡ ପରିଚାଳନା ମଡେଲକୁ ସେ ଭୂୟସୀ ପ୍ରଶଂସା କରିଛନ୍ତି । ମହାମାରୀ ସରିନଥିବାରୁ ଆମକୁ ସତର୍କ ରହିବାକୁ ପଡ଼ିବ । ନାଭା ଆପ ଜରିଆରେ ଚଳିତ ଥର ପେପରଲେସ ବଜେଟ ଆଗତ ହୋଇଛି । ଓଡ଼ିଶା ବଜେଟ ପାଇଁ ମୋବାଇଲ ଆପ ପ୍ରସ୍ତୁତ ହୋଇଛି ।