୨୨ରେ ପୁରୀ ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ଭୁବନେଶ୍ୱର: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସନ୍ତା ୨୨ ତାରିଖରେ ପୁରୀ ଆସିବେ । ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଆସୁଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି । ସେହିପରି ୨୩ରେ କୋଲକାତା ଫେରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସାକ୍ଷାତ ଆଲୋଚନାର ସମ୍ଭାବନା ରହିଛି । ମମତାଙ୍କ ଏହି ଗସ୍ତ କେବଳ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ । କୌଣସି ରାଜନୈତିକ ଲକ୍ଷ୍ୟରେ ସେ ଆସୁନାହାନ୍ତି ବୋଲି ଖବର ମିଳିଛି ।