୨୪ ଘଣ୍ଟାରେ ରାଜ୍ୟରେ ୧୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ
୨୪ ଘଣ୍ଟାରେ ରାଜ୍ୟରେ ୧୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ଵର: ଗତ୨୪ ଘଣ୍ଟାରେ ଓଡ଼ିଶାରେ ୧୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୨୬ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୯୧ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୬୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨୪୭୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୧୭ ଜିଲ୍ଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭୯ ଜଣ, କଟକରୁ ୨୦ ଜଣ, ଦେବଗଡ଼ରୁ ୭ ଜଣ,ଗଞ୍ଜାମ ଓ ମୟୂରଭଞ୍ଜରୁ ୪ ଜଣ ଲେଖାଁଏ, ଭଦ୍ରକ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ଢ଼େଙ୍କାନାଳ, ଜଗତସିଂହପୁର, ଯାଜପୁର, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍ରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୪୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୭୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୨୦୦୨ ଜଣ ସୁସ୍ଥ ହୋଇଛନ୍ତି ।




admin 