୨୪ ଘଣ୍ଟାରେ ୬୫ ହଜାର ନୂତନ ଆକ୍ରାନ୍ତ: ଦେଶ ବ୍ୟାପୀ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଲକ୍ଷ ଛୁଇଁଲା

୨୪ ଘଣ୍ଟାରେ ୬୫ ହଜାର ନୂତନ ଆକ୍ରାନ୍ତ: ଦେଶ ବ୍ୟାପୀ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଲକ୍ଷ ଛୁଇଁଲା

୨୪ ଘଣ୍ଟାରେ ୬୫ ହଜାର ନୂତନ ଆକ୍ରାନ୍ତ: ଦେଶ ବ୍ୟାପୀ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଲକ୍ଷ ଛୁଇଁଲା
ନୂଆଦିଲ୍ଲୀ : ବିଗତ ୨୪ ଘଣ୍ଟା ମଧ୍ୟରେ ୬୫ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ ହେବା ସହିତ ଦେଶ ବ୍ୟାପୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଲକ୍ଷ ଅତିକ୍ରମ କରିଛି । ସେହିପରି ବିଗତ ୨୪ ଘଣ୍ଟା ମଧ୍ୟରେ ୧୦୦୦ ନୂତନ ମୃତ୍ୟୁ ସହିତ ସମୁଦାୟ ମୃତ୍ୟୁ ସଂଖ୍ୟା ୪୯୦୩୬ରେ ପହଞ୍ଚିଛି । ଶନିବାର କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ପ୍ରକାଶ କରାଯାଇଛି । ବିଗତ ୨୪ ଘଣ୍ଟା ମଧ୍ୟରେ ୬୫୦୦୨ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଲକ୍ଷ ୨୫ ହଜାର ୭୪୩ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୮.୦୮ ଲକ୍ଷ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬.୬୮ ଲକ୍ଷ ରହିଛି । ମହାରାଷ୍ଟ୍ରରେ ସର୍ବାଧିକ ୬ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧.୫ ଲକ୍ଷ ରହିଛି ।