୨୪ ଘଣ୍ଟାରେ ୮୨ ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟାରେ ୮୨ ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟାରେ ୮୨ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ୨୪ ଘଣ୍ଟା ରାଜ୍ୟରେ ୨୦ ଟି ଜିଲ୍ଲାରୁ ୮୨ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୩ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୫୪୮ କୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୫ ହଜାର ୫୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୫୩ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୨ ହଜାର ୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।