୨୭ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

୨୭ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

୨୭ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୭ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଖାରବେଳ ଭବନରେ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ଟି ପ୍ରକଳ୍ପର ଉଦଘାଟନ କରିଥିବାବେଳେ ୨୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏହି ୨୭ଟି ପ୍ରକଳ୍ପରେ ମୋଟ ୮୯୩୯ କୋଟି ପୁଞ୍ଜିନିବେଶ କରାଯାଇଥିବାବେଳେ ୧୨, ୧୪୨ଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ଜଣାଯାଇଛି ।