୨୮ ତାରିଖଠାରୁ ଓଡ଼ିଶାରେ ବଢ଼ିବ ବର୍ଷା

୨୮ ତାରିଖଠାରୁ ଓଡ଼ିଶାରେ ବଢ଼ିବ ବର୍ଷା

୨୮ ତାରିଖଠାରୁ ଓଡ଼ିଶାରେ ବଢ଼ିବ ବର୍ଷା
ଭୁବନେଶ୍ୱର : ୨୮ ତାରିଖଠାରୁ ଓଡ଼ିଶାରେ ବଢ଼ିବ ବର୍ଷା । ଉପକୂଳ ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ । ସ୍ଥାନେ ସ୍ଥାନେ ଶହେ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ତାହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ୩୦ ତାରିଖ ପାଇଁ ଆରେଜ ଆଲର୍ଟ ଜାରି କରାଯିବା ସହ ଯେକୌଣସି ପରିସ୍ଥିତିରେ ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି । ବିଭାଗ ପକ୍ଷରୁ କୁହାଯାଇଛି ଯେ ୨୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ଏହା ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ପ୍ରଭାବରେ ୨୮ ତାରିଖଠାରୁ ଓଡ଼ିଶାରେ ବର୍ଷା ବଢ଼ିବ । ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ତେବେ ୨୯ ତାରିଖ ଓ ୩୦ ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ସମୟ ମଧ୍ୟରେ ଗଞ୍ଜାମ, ପୁରୀ, କଳାହାଣ୍ଡି, କୋରାପୁଟ , ନବରଙ୍ଗପୁର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି । ଏହା ବ୍ୟତୀତ ମାଲକାନଗିରି, ରାୟଗଡ଼ା, ଗଜପତି, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ରାଜସ୍ଥାନର ଏକ ଟ୍ରପ ଲାଇନ ପାରାଦୀପ ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଏଥିରେ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ହୋଇପାରେ । ତେଣୁ ବୁଧବାର ସକାଳ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଉଛି ।