୨୮ ରୁ ବଢ଼ିବ ବର୍ଷା

୨୮ ରୁ ବଢ଼ିବ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଏବେ ମୌସୁମୀ ଦୁର୍ବଳ ରହିଛି । ଫଳରେ ଆସନ୍ତା ୨ ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । ରାଜ୍ୟ ବିଶେଷ ବର୍ଷ ହୋଇନାହିଁ । ଖରାର ପ୍ରଭାବ ବଢ଼ିଛି । ୨୮ ତାରିଖରେ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହା ପରେ ରାଜ୍ୟରେ ଧୀରେ ଧୀରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । କେନ୍ଦ୍ରର ନିଦେ୍ର୍ଧଶକ ଏଚଆର ବିଶ୍ୱାସ କହିଛନ୍ତି ଯେ ମୌସୁମୀ ଟ୍ରଫ ଏବେ ଉତ୍ତର ଆଡକୁ ଗତି କରୁଛି । ଫଳରେ ଆସନ୍ତା ୨/୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ମୌସୁମୀ ଦୁର୍ବଳ ରହିବ । ଏହି ସମୟରେ ରାଜ୍ୟରେ ବିଶେଷ ବର୍ଷା ହେବ ନାହିଁ । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କିନ୍ତୁ ଏହା ଅତି ନଗଣ୍ୟ ରହିବ ତଥା ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ । ୨୬ ତାରିଖ ଅପରାହ୍ନରୁ ୨୭ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଏହା ପରିମାଣ ବି ଖୁବ ଅଳ୍ପ ରହିବ । ୨୮ ତାରିଖ ଦିନ ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେହି ସମୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ମଧ୍ୟ ବଢ଼ିପାରେ । ଭୁବନେଶ୍ୱର ଓ କଟକ ସହରରେ ପାଗ ଆଂଶିକ ମେଘୁଆ ରହିବ । ବର୍ଷାର ସମ୍ଭାବନା ବହୁତ କମ୍ ରହିବ ।