୨୯ରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ

୨୯ରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ

୨୯ରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ
ଭୁବନେଶ୍ୱର : ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆସନ୍ତା ୨୯ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ୬ ଗୋଟି ଲୋକସଭା ଆସନ ଯଥା- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ସହ ଏହା ଅଧୀନସ୍ଥ ୪୨ ଗୋଟି ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ । ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୫୨ ଜଣ ପାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିବେ । ସେହିପରି ଚତୁର୍ଥ ପର୍ଯ୍ୟାୟ ବିଧାନସଭା ନିର୍ବାଚନରେ ୩୪୬ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିବେ । ୩୪୬ ପ୍ରାର୍ଥୀଙ୍କ ମଧ୍ୟରେ ୩୧୧ ଜଣ ପୁରୁଷ, ୩୪ ଜଣ ମହିଳା ଓ ଜଣେ ତୃତୀୟ ଲିଙ୍ଗ ପ୍ରାର୍ଥୀ ଅଛନ୍ତି । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ୧୦,୭୯୨ ବୁଥ୍ରେ ୪୯,୦୮, ୫୭୫ ପୁରୁଷ ଭୋଟର, ୪୬,୦୫,୬୯୪ ମହିଳା ଭୋଟର ଓ ୬୧୫ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ମୋଟ ୯୫ ଲକ୍ଷ ୧୪ ହଜାର ୮୮୩ ଜଣ ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ ।