୩ଟି ଜିଲ୍ଲାରେ ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର:ବର୍ଷାକୁ ଡାକି ଆଣିଛି ପଶ୍ଚିମା ଝଡ଼ । ଶନିବାର ଆହୁରି ବର୍ଷିବ । ୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ବିଜୁଳି ଓ ଘଡ଼ଘଡ଼ି ସହ ପବନ ବହିବ । ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର (ଆଇଏମ୍ଡି) ଏହି ପୂର୍ବାନୁମାନ କରିଛି ।
୧୮ ତାରିଖ ପାଇଁ ରାଜ୍ୟରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପଶ୍ଚିମା ଝଡ଼ ପ୍ରଭାବରେ କେନ୍ଦୁଝର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତ୍ସିଂହପୁର, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡି଼ ସହ କୁଆପଥର ବର୍ଷା ସମ୍ଭାବନା ରହିଛି । ଏ ସବୁ ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି । ଢେଙ୍କାନାଳ, କଟକ ଓ ଯାଜପୁରରେ ଅଧିକ ବର୍ଷା ହୋଇପାରେ।
ସେହିଭଳି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୯ ଓ ୨୦ ତାରିଖରେ ବିଭିନ୍ନ ସ୍ଥାନ ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୧୯ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍ସିଂହପୁର, ପୁରୀ, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ବର୍ଷା ହୋଇପାରେ । ୨୦ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ଆକଳନ କରିଛି । ୨୧ରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇପାରେ ।