୩୦ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା
୩୦ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା
ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର ବଙ୍ଗୋପସାଗର ତଥା ସଂଲଗ୍ନ ବାଂଲାଦେଶରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହା ଫଳରେ ଆସନ୍ତା ୩୦ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବର୍ଷା ଯୋଗୁଁ କିଛି ସ୍ଥାନରେ ତଥା ତଳିଆ ଅଞ୍ଚଳରେ ସାମୟିକ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ । ତେଣୁ ଚାଷ ଜମିଗୁଡ଼ିକରୁ ଅଧିକ ବର୍ଷାଜଳ ନିଷ୍କାସନର ଆବଶ୍ୟକତା ପଡ଼ିପାରେ । ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିଭଳି ଅନୁଗୁଳ, ଡେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।




admin 