୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ

୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ

୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଲାଗି ରହିଛି । ତାପମାତ୍ରାରେ ବି ବଡ଼ ପରିବର୍ତ୍ତନ ଅନୁଭୂତ ହେଉଛି । ଦୁଇ ଦିନ ତଳେ ୪୦ ଡିଗ୍ରୀ ଅତିକ୍ରମ କରିଥିବା ୪ ସହରର ପାରଦ ଖସିଛି । କେବଳ ବଲାଙ୍ଗୀରର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବା ବେଳେ ବାକି ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି । ତେବେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ବର୍ଷାର ଆଶଙ୍କା ରହିଛି । ଫଳରେ ଏହି ସମୟରେ ରାଜ୍ୟର ତାମପାତ୍ରା ଅପରିବର୍ତ୍ତିତ ରହିବ ବୋଲି ଅନୁମାନ କରାଯାଉଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆଜି ଉପକୂଳ ଓଡ଼ିଶା ସମେତ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀରା, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଖୁବ ଜୋରରେ ପବନ ବହିବ । ଘଣ୍ଟାପ୍ରତି ପ୍ରାୟ ୩୦ ରୁ ୪୦ କିମି ବେଗରେ ପବନ ବହିବାର ସହ ବର୍ଷା ହେବ । ଏଣୁ ଏହି ସବୁ ଜିଲ୍ଲାରେ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିନ୍ତୁ ୭ ଓ ୮ ତାରିଖ ବେଳକୁ ପବନ ବେଗ କମିବ । ୭ ତାରିଖରେ ଉପକୂଳ ଓଡ଼ିଶା ସମେତ କୋରାପୁଟି, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ ଓ ୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ ଓ ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ । ୯ ତାରିଖ ବେଳକୁ ପବନର ବେଗ ବଢ଼ିବ । ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ବହିବା ସହିତ ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ ଅନୁଗୁଳ, ଢ଼େଙ୍କାନାଳ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ ଓ ସମ୍ବଲପୁରରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ରାଜ୍ୟର ତାପମାତ୍ରା ସ୍ଥିର ରହିବ ।