୪ରୁ ୫ ଦିନ ଲଗାଣ ବର୍ଷା

୪ରୁ ୫ ଦିନ ଲଗାଣ ବର୍ଷା

୪ରୁ ୫ ଦିନ ଲଗାଣ ବର୍ଷା
ଭୁବନେଶ୍ବର: ୨୪ ଘଣ୍ଟା ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସାଙ୍ଗକୁ ଓଡ଼ିଶା ଉପରେ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଥିବାରୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। କେତେକ ସ୍ଥାନରେ ୪୦ରୁ ୬୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ତେବେ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା କମ୍ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ଖୋର୍ଦ୍ଧା, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ବଲପୁରରେ ପ୍ରବଳ ବର୍ଷା ହୋଇପାରେ। ଏହି ସମୟ ମଧ୍ୟରେ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି ସହ ବଜ୍ରପାତର ଆଶଙ୍କା ରହିଛି। ବିଶେଷକରି ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର ଓ କଟକ ଜିଲ୍ଲାରେ ବଜ୍ରପାତର ପ୍ରକୋପ ଅଧିକ ରହିବ। ଆସନ୍ତାକାଲି ପୂର୍ବାହ୍ନ ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିବ । ୨୧ ଓ ୨୨ତାରିଖରେ ସାରା ଓଡ଼ିଶାରେ ଶୁଖିଲା ପାଗ ଲାଗି ରହିବ। ୨୩ ଓ ୨୪ ତାରିଖରେ ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।