୫ ଜିଲ୍ଲାକୁ ବଜ୍ରପାତ ସର୍ତକ ସୂଚନା

୫ ଜିଲ୍ଲାକୁ ବଜ୍ରପାତ ସର୍ତକ ସୂଚନା

୫  ଜିଲ୍ଲାକୁ ବଜ୍ରପାତ ସର୍ତକ ସୂଚନା
ଭୁବନେଶ୍ୱର : ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୨ଟି ଜିଲ୍ଲାକୁ ସର୍ତକ ସୂଚନା ଜାରି କରାଯାଇଛି । ରାତି ୮ ଟା ଯାଏଁ ସର୍ତକ ରହିବାକୁ ପରାମର୍ଶ ଦିଆଯାଇଛି । ପ୍ରବଳ ଧୂଳିଝଡ, ବଜ୍ରପାତ ସହ ହାଲକା ବର୍ଷା ହେବାର ସମ୍ଭାବନା ରହିଛି । ଝଡ ବର୍ଷା ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ବଜ୍ରପାତ ହେବା ସମୟରେ ଘରୁ ନ ବାହାରିବାକୁ ସର୍ତକ କରାଇ ଦିଆଯାଇଛି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ସର୍ତକ ସୂଚନା ଜାରି କରାଯାଇଛି ।