୫ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

୫ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

୫ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର:  ଆଉ ୫ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଚଳିତ ମାସ ଆରମ୍ଭରେ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା। ଏବେ ଆଉଥରେ ସରକାର ନେଇଛନ୍ତି କଡ଼ା କାର୍ୟ୍ୟାନୁଷ୍ଠାନ ।

କଳାହାଣ୍ଡି ଆଇୟୁସିଏଡବ୍ଲୁ ଡିଏସ୍ପି ରବୀନ୍ଦ୍ର ସେଠୀ, ବଣାଇର ପୂର୍ବତନ ତହସିଲଦାର ସୁଶିଲ କୁମାର କୁଜୁର, ବଲାଙ୍ଗୀର ବଙ୍ଗମୁଣ୍ଡ ଥାନା ଇନ୍ସପେର ବିନୋଦ ନାୟକ, ବାସୁଦେବପୁର ପୌର ନିର୍ବାହୀ ଅଧିକାରୀ ତାପସ ଜେନା ଓ କରଞ୍ଜିଆ ଏନ୍‌ଏସି ପୂର୍ବତନ ନିର୍ବାହୀ ଅଧିକାରୀ ବିଜୟ ନାୟକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରୁଛନ୍ତି ରାଜ୍ୟ ସରକାର। ଏପରି ଅଧିକାରୀଙ୍କୁ ରଖିବା ଅପେକ୍ଷା ବାଧ୍ୟତାମୂଳକ ଅବସର ଦେବାକୁ ଠିକ୍ ମଣୁଛନ୍ତି ସରକାର।   ଏଯାଏ ୧୫୧ ଅପାରଗ ଓ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବିଦା କଲେଣି ରାଜ୍ୟ ସରକାର ।