୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର ଓ ଭଦ୍ରକରେ ଆସନ୍ତା ୨୪ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ଦସହ ୨ଦିନ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଜାରି କରାଯାଇଛି । ଅନ୍ୟପକ୍ଷରେ ଲଗାଣ ବର୍ଷା କାରଣରୁ ବାଲେଶ୍ୱର ଜିଲ୍ଲା ଜଳକା ନଦୀ ଜଳସ୍ତର ବୃଦ୍ଧି ପାଇ ବିପଦ ସଂକେତ ଉପରେ ରହିଛି । ବସ୍ତା ମଥାନୀ ଠାରେ ବିପଦ ସଂକେତ ୫.୫ ଥିବା ବେଳେ ୬.୪୧ ମି. ବର୍ଷା ପବାହିତ ହେଉଛି ।