୫୫ ହଜାର ନୂତନ ଆକ୍ରାନ୍ତଙ୍କ ସହିତ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ଲକ୍ଷ ଡେଇଁଲା

୫୫ ହଜାର ନୂତନ ଆକ୍ରାନ୍ତଙ୍କ ସହିତ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ଲକ୍ଷ ଡେଇଁଲା

୫୫ ହଜାର ନୂତନ ଆକ୍ରାନ୍ତଙ୍କ ସହିତ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ଲକ୍ଷ ଡେଇଁଲା
୫୫ ହଜାର ନୂତନ ଆକ୍ରାନ୍ତଙ୍କ ସହିତ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ଲକ୍ଷ ଡେଇଁଲା ନୂଆଦିଲ୍ଲୀ : ଦେଶରେ କରୋନା ଦିନକୁ ଦିନ ଭୟଙ୍କର ରୂପ ଗ୍ରହଣ କରିବାରେ ଲାଗିଛି । ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ବିଗତ ୨୪ ଘଣ୍ଟା ମଧ୍ୟରେ ୫୫ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗୁରୁବାର ୫୫୦୭୯ ନୂତନ ଆକ୍ରାନ୍ତକୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ଲକ୍ଷ ଅତିକ୍ରମ କରିଛି । ତିନି ଦିନ ମଧ୍ୟରେ ୧.୫ ଲକ୍ଷ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ବିଗତ ୨୪ ଘଣ୍ଟା ମଧ୍ୟରେ ୮୭୬ ନୂତନ ମୃତ୍ୟୁ ସହିତ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୫୧ ହଜାର ୭୯୭ରେ ପହଞ୍ଚିଛି । ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ଲକ୍ଷ ୩୮ହଜାର ୮୭୧ ରହିଥିବା ବେଳେ ଏହା ମଧ୍ୟରୁ ୧୯ ଲକ୍ଷ ୭୭ ହଜାରୁ ୭୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୭୩ ହଜାର ୧୬୬ ରହିଛି ।