୭ ଯାଏଁ ପ୍ରବଳ ବର୍ଷା
୭ ଯାଏଁ ପ୍ରବଳ ବର୍ଷା
admin
Aug 3, 2019 - 06:40
Updated: Aug 3, 2019 - 06:40
ଭୁବନେଶ୍ୱର: ଆସନ୍ତା ୭ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷାର ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର । ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶାର ସ୍ଥିତି ସଙ୍ଗୀନ ହେବାର ଆଶଙ୍କା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ସତର୍କ ରହିବାକୁ ୫ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ୍ କମିଶନର ବିଷ୍ଣୁ ପଦ ସେଠୀ ଚିଠି ଲେଖିଛନ୍ତି ।
ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହା ସହିତ ବରଗଡ଼, ଢେଙ୍କାନାଳ, ଅନୁଗୁଳ, ପୁରୀ, କେନ୍ଦୁଝର, ଗଞ୍ଜାମ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର ଓ ବୌଦ୍ଧରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ୫ ତାରିଖରେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୬ ତାରିଖରେ ଉପକୂଳ ଓଡ଼ିଶା ସମେତ କେରାପୁଟ, ନବରଙ୍ଗପୁର ଓ ଢେଙ୍କାନାଳ ଜିଲ୍ଲା ଓ ୭ ତାରିଖରେ ସମଗ୍ର ଓଡ଼ିଶାରେ ବର୍ଷା ହେବ । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ୬ ତାରିଖ ପର୍ଯ୍ୟନ୍ତ ମାଛ ଧରିବାକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କ ଉପରେ ପରାମର୍ଶ ଦିଆଯାଇଛି । ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାରେ ବନ୍ୟା ସ୍ଥିତି ଉପୁଜିପାରେ ବୋଲି ଆଶଙ୍କା କରାଯାଉଛି ।